ହୋମଗାର୍ଡଙ୍କୁ ଡିଆଇଜିଙ୍କ ପତ୍ନୀଙ୍କ ନିର୍ୟାତନା ଘଟଣା: ପୋଲିସ ଡିଜିଙ୍କୁ ରିପୋର୍ଟ ତଲବ

ଭୁବନେଶ୍ବର: ମହିଳା ହୋମଗାର୍ଡଙ୍କୁ ଡିଆଇଜିଙ୍କ ପତ୍ନୀଙ୍କ ନିର୍ୟାତନା ଅଭିଯୋଗ ଘଟଣା । ନିଜ ଆଡୁ ମାମଲା ରୁଜୁ କରିଛି ରାଜ୍ୟ ମାନବାଧିକାର କମିଶନ । ମାମଲା ରୁଜୁ କରିବା ସହ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେପ୍ଟେମ୍ବର ୧୫ ତାରିଖ ମଧ୍ୟରେ ରିପୋର୍ଟ ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ହୋଇଛି ।
ଘଟଣାରେ ରାଜ୍ୟ ମାନବାଧିକାର କମିଶନ ନିଜ ଆଡୁ ମାମଲା ରୁଜୁ କରି ପୋଲିସ ଡିଜିଙ୍କୁ ଏ ସମ୍ପର୍କରେ ସବିଶେଷ ବିବରଣୀ ରିପୋର୍ଟ ତଲବ କରିଛନ୍ତି । ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସୁଦ୍ଧା ପୋଲିସ ଡିଜି ଏହା ଉପରେ ଜବାବ ରଖିବାକୁ କମିଶନ ସଦସ୍ୟ ଅମିତାଭ ଦାଶ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପୀଡିତାଙ୍କୁ ୩୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ସହ ଅଘଟଣ ପାଇଁ ଦାୟୀ ଡିଆଇଜି ଓ ତାଙ୍କ ପତ୍ନୀଙ୍କ ବିରୋଧରେ ଆଇନଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରି ଓଏଚଆସସିରେ ମାମଲା ରୁଜୁ ହୋଇଛି । ଚିଠିରେ ଉଲ୍ଲେଖ କରାଯାଇଛି ଯେ, ପୋଲିସର ଡିଆଜିଙ୍କ ବାସଭବନରେ କାର୍ୟ୍ୟ କରୁଥିବା ହୋମଗାର୍ଡଙ୍କୁ ନିର୍ୟାତନା ଦିଆଯାଉଥିଲା। ଯାହାକୁ ସେ ସହି ନପାରି ଜୀବନ ହାରିବାକୁ ଚେଷ୍ଟା କରୁଥିଲେ । ତାଙ୍କ ଜୀବନ ବଞ୍ଚି ଯାଇଥିଲା ହେଲେ ଦୁଇ ଗୋଡ ହରାଇଥିଲେ ହୋମଗାର୍ଡ । ବର୍ତ୍ତମାନ ସେ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।” କିଛି ଦିନ ପୂର୍ବେ ଅନୁଗୋଳ ଜିଲ୍ଲାରେ ମହିଳା ହୋମଗାର୍ଡ ଶୈରିନ୍ଦ୍ରୀ ସାହୁ ଉତ୍ତରାଞ୍ଚଳ ଡିଆଇଜି ବ୍ରିଜେଶ ରାୟଙ୍କ ଘରୋଇ କାର୍ୟ୍ୟରେ ନିୟୋଜିତ ଥିଲେ । ବରିଷ୍ଠ ପୋଲିସ ଅଧିକାରୀଙ୍କ ପତ୍ନୀଙ୍କ ନିର୍ୟାତନା ସହିନପାରି ମହିଳା ହୋମଗାର୍ଡ ଜଣଙ୍କ ଆତ୍ମହତ୍ୟା କରିବା ପାଇଁ ନିଷ୍ପତ୍ତି ନେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ସିଡିଏସ୍ଥିତ ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଆଇସିୟୁରେ ଅଛନ୍ତି । ସେ ବଞ୍ଚିଯାଇଥିଲେ ମଧ୍ୟ ଦୁଇଟି ଯାକ ଗୋଡ଼ ହରାଇଛନ୍ତି । ଘଟଣା ପରେ ଡିଆଇଜି ବ୍ରିଜେଶ ରାୟଙ୍କର ବଦଳି ମଧ୍ୟ ହୋଇଛି ।

Related Articles

Leave a Reply

Your email address will not be published.

Back to top button