ବାଲିଯାତ୍ରା ପରିସରରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱରଐତିହାସିକ କଟକ ବାଲିଯାତ୍ରାରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ସେବା, ସୁଶାସନ ଓ ଗରିବ କଲ୍ୟାଣ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି। ଏହାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଖିଳ କୁମାର ମିଶ୍ର ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଉତ୍କଳ ବିଶ୍ୱବିଦ୍ୟାଳୟର ସାମାଜିକ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ରବୀନ୍ଦ୍ର ଗରଡ଼ ଯୋଗ ଦେଇଥିଲେ। ଉଦଘାଟନୀ ଅଧିବେଶନରେ ବହୁସଂଖ୍ୟାରେ ପରିଦର୍ଶକ ଏହି ପ୍ରଦର୍ଶନୀକୁ ବୁଲି ଦେଖିବା ସହିତ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ଏବଂ ପ୍ରମୁଖ କାର୍ଯ୍ୟକ୍ରମ ବିଷୟରେ ଅବଗତ ହୋଇଥିଲେ। ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ କେନ୍ଦ୍ରୀୟ ଯୋଜନାଗୁଡ଼ିକ ବିଷୟରେ ସଚେତନ କରାଯାଇଥିଲା। ପ୍ରଦର୍ଶନୀକୁ ନେଇ ପରିଦର୍ଶକ, ବିଶେଷ କରି ଯୁବବର୍ଗଙ୍କ ମଧ୍ୟରେ ବିଶେଷ ଆଗ୍ରହ ଦେଖିବାକୁ ମିଳୁଛି। ସେମାନେ ମୋଦୀ ସରକାରଙ୍କ ସୁଶାସନ ଏବଂ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଜାଣିବା ଲାଗି ଅଧିକ ଆଗ୍ରହ ପ୍ରକାଶ କରୁଛନ୍ତି । ଏହି ପ୍ରଦର୍ଶନୀ ଆସନ୍ତା 12 ନଭେମ୍ବର 2025 ପର୍ଯ୍ୟନ୍ତ ଚାଲିବ। ଉଦଘାଟନୀ କାର୍ଯ୍ୟକ୍ରମରେ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି), ଭୁବନେଶ୍ୱରର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସହାୟକ ନିର୍ଦ୍ଦେଶକ ମହେନ୍ଦ୍ର ପ୍ରସାଦ ଜେନା, ସିବିସି, ଭୁବନେଶ୍ୱରର ସହାୟକ ନିର୍ଦ୍ଦେଶକ ପ୍ରଦୀପ କୁମାର ଚୌଧୁରୀ, ପାର୍ଥସାରଥୀ ମଲ୍ଲିକ, କ୍ଷେତ୍ର ପ୍ରଚାର ଅଧିକାରୀ ସସ୍ମିତା ପାଇକରାୟ ପ୍ରମୁଖଙ୍କ ସମେତ ବହୁ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button