ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ଭୁବନେଶ୍ବର: କୋରେଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ । ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ । ଏହାପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତର ଖାନାକୁ ନିଆଯାଇଥିଲା । ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ ସଞ୍ଚିତା ମହାନ୍ତି । ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି ।

Related Articles

Leave a Reply

Your email address will not be published. Required fields are marked *

Back to top button