ପୂର୍ବତନ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ଵର: ବରିଷ୍ଠ ବିଜେଡ଼ି ନେତା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଆଜି ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ ସୂର୍ଯ୍ୟ ନାରାୟଣଙ୍କ ଦେହାନ୍ତ ହୋଇଯାଇଛି। ଦୀର୍ଘଦିନ ଧରି କିଡନୀ ଜନିତ ରୋଗରେ ସେ ପୀଡିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଦିଗପହଣ୍ଡି ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ ମସିହାରେ ସେ ପ୍ରଥମ ଥର ପାଇଁ ଗଜପତି ଜିଲ୍ଲା ମୋହନା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Related Articles

Leave a Reply

Your email address will not be published.

Back to top button