ଗୁରୁ-ଶିଷ୍ୟ ପରମ୍ପରା ଭାରତୀୟ ସଂସ୍କୃତିର ଅନନ୍ୟ ବିଭବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଗୁରୁଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ପବିତ୍ର ଗୁରୁଦିବସ ତଥା ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ, ପ୍ରବୀଣ ରାଷ୍ଟ୍ରନୀତିଜ୍ଞ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁ-ଶିଷ୍ୟ ପରମ୍ପରା ଭାରତୀୟ ସଂସ୍କୃତିର ଅନନ୍ୟ ବିଭବ। ଜ୍ଞାନ ରୂପକ ଆଲୋକରେ ଜୀବନକୁ ପରିପୂର୍ଣ୍ଣ କରି ବ୍ୟକ୍ତିତ୍ୱ ନିର୍ମାଣ, ସୁସ୍ଥ ସମାଜ ଗଠନ ଦିଗରେ ଗୁରୁମାନଙ୍କ ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Related Articles

Leave a Reply

Your email address will not be published.

Back to top button