ପରଲୋକରେ ପୂର୍ବତନ ମନ୍ତ୍ରୀ କମଳା ଦାସ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ କମଳା ଦାସଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ହେଲେ ଗତକାଲି ରାତି ୧୨ଟା ୧୫ ମିନିଟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ୧୯୯୦ ମସିହାରେ କମଳା ଦାସ ଡାକ୍ତର ଚାକିରି ଛାଡ଼ି ଜନତା ଦଳ ଟିକଟରେ ଭୋଗରାଇ ବିଧାନସଭା ଆସନ ପାଇଁ ପ୍ରତିଦ୍ୱନ୍ଦ୍ବିତା କରି ବିଜୟୀ ହୋଇଥିଲେ। ଏହାପରେ ୧୯୯୫ ମସିହାରେ ସେହି ଜନତା ଦଳ ଓ ୨୦୦୦ ମସିହାରେ ବିଜୁ ଜନତା ଦଳ ଟିକଟରେ ମଧ୍ୟ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।ବିଧାନସଭାକୁ ହ୍ୟାଟ୍ରିକରେ ନିର୍ବାଚିତ ହେବାରେ ଡାକ୍ତର କମଳା ଦାସ ପ୍ରଥମ ବିଧାୟିକା ଥିଲେ।  ବିଜୁ ପଟ୍ଟନାୟକ ଓ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀ ମଣ୍ଡଳରେ ଶିକ୍ଷା,ସ୍ବାସ୍ଥ୍ୟ ପରିବାର କଲ୍ୟାଣ ଓ ଶିଶୁ ବିକାଶ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

Related Articles

Leave a Reply

Your email address will not be published.

Back to top button