ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ୧୫ରୁ କଟିବ ଚାଲାଣ

ଭୁବନେଶ୍ୱର: ଗାଡ଼ିରେ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ନଥିଲେ ଜାନୁଆରୀ ୧୫ ତାରିଖରୁ କଟିବ ଚାଲାଣ। ୫ ହଜାରରୁ ୧୦ ହଜାର ପର୍ୟ୍ୟନ୍ତ କଟିବ ଚାଲାଣ। ଅତିରିକ୍ତ ପରିବହନ କମିଶନର (ଏନ୍‌ଫୋର୍ସମେଣ୍ଟ୍) ଲାଲ ମୋହନ ସେଠୀ ଏକ ପ୍ରେସ୍ ରିଲିଜ୍ ଜରିଆରେ ଏହି ସୂଚନା ଦେଇଛନ୍ତି। ୧.୪.୧୯ ପୂର୍ବରୁ ପଞ୍ଜୀକୃତ ହୋଇଥିବା ଗାଡ଼ି ତଥା ଯେଉଁ ଗୁଡ଼ିକର ଶେଷ ନମ୍ବର ୧,୨,୩,୪,୫ ଓ ୬ରେ ଶେଷ ହୋଇଥିବ, ସେଗୁଡ଼ିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍  ଲାଗି ନଥିଲେ ଆସନ୍ତା ୧୫ ତାରିଖରୁ ଚାଲାଣ କଟାଯିବ। କାରଣ ଏହି ସବୁ ନମ୍ବର ପାଇଁ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଧାର୍ୟ୍ୟ ସମୟ ଶେଷ ହୋଇଯାଇଛି। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ଏହି ସବୁ ନମ୍ବର ଥିବା ଗାଡ଼ିଗୁଡ଼ିକୁ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍  ଲଗାଇବାକୁ କୁହାଯାଇଥିଲା। ଓଡ଼ିଶା ରେଜିଷ୍ଟ୍ରେସନ୍ ମାର୍କ ଓ ରେଜିଷ୍ଟ୍ରେସନ୍ ନମ୍ବର ୭ ଏବଂ ୮ ସହିତ ଶେଷ ହେଉଥିବା ଗାଡ଼ି ଗୁଡ଼ିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଶେଷ ତାରିଖ ହେଉଛି ଜାନୁଆରୀ ୩୧। ସେହିପରି ୯ ଓ ୦ ସହିତ ଶେଷ ହେଉଥିବା ଗାଡ଼ି ଗୁଡିକରେ ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଲଗାଇବାର ଶେଷ ତାରିଖ ହେଉଛି ଫେବ୍ରୁଆରୀ ୨୮। ଏହି ଧାର୍ୟ୍ୟ ସମୟ ଶେଷ ହେଲେ ଏହି ସବୁ ଗାଡ଼ି ଗୁଡ଼ିକର ହାଇସିକ୍ୟୁରିଟି ରେଜିଷ୍ଟ୍ରେସନ୍ ପ୍ଲେଟ୍ ଯାଞ୍ଚ କରାଯିବ।

Related Articles

Leave a Reply

Your email address will not be published.

Back to top button