ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ କୋଚ୍ ମେଣ୍ଟେନାନ୍ସ ଡିପୋ ନିରୀକ୍ଷଣ

ଭୁବନେଶ୍ୱର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ମଙ୍ଗଳବାର ପୁରୀ ଗସ୍ତ କରି ପୁରୀ ଷ୍ଟେସନ ନିକଟସ୍ଥ ଟ୍ରେନ୍ କୋଚ୍ ରକ୍ଷଣାବେକ୍ଷଣ ଡିପୋ ଯାଞ୍ଚ କରିବା ସହିତ ଯାତ୍ରୀମାନଙ୍କ ସୁବିଧା ପାଇଁ ଟ୍ରେନ୍ କୋଚ୍‌ରେ ପ୍ରଦାନ କରାଯାଉଥିବା ସୁବିଧାଗୁଡ଼ିକର ଯାଞ୍ଚ କରିଛନ୍ତି । ଉଚ୍ଚମାନର ଯାତ୍ରୀ ସୁବିଧା ଯୋଗାଇବା ଉପରେ ଗୁରୁତ୍ୱାରୋପ କରି ସୁନକର ଉପଯୁକ୍ତ ପରିଷ୍କାର ପରିଚ୍ଛନ୍ନତା ଏବଂ କୋଚ୍‌ର ସ୍ୱଚ୍ଛତା ବଜାୟ ରଖିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ପିଟ୍ ଲାଇନ୍ ଯାଞ୍ଚ କରିବା ସମୟରେ ସେ କୋଚ୍ ଗୁଡିକର ସଫେଇ କାର୍ଯ୍ୟ, ଚାର୍ଜିଂ, ପାଣି ଭରିବା ସହିତ କୋଚ୍ ରକ୍ଷଣାବେକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିବା ସହ ପ୍ରତ୍ୟେକ କୋଚ୍ ଗୁଡିକରେ ଆବଶ୍ୟକୀୟ ସୁବିଧା ପ୍ରଦାନ କରିବାକୁ କହିଛନ୍ତି । ଏହା ବ୍ୟତୀତ ସେ ପୁରୀ ରେଳଷ୍ଟେସନର ବିଶ୍ୱସ୍ତରୀୟ ଭିତ୍ତିଭୂମି ଏବଂ ଆଧୁନିକ ଯାତ୍ରୀ ସୁବିଧା ସହିତ ପୁନଃବିକାଶ ପାଇଁ ଚାଲିଥିବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିବା ସହିତ ଏହି ପ୍ରକଳ୍ପ କାର୍ଯ୍ୟକୁ ଏକ ଆଦର୍ଶ ନିର୍ମାଣ କାର୍ଯ୍ୟରେ ପରିଣତ କରାଇବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପୁରୀ ରେଳଷ୍ଟେସନରେ ଯୋଗାଇ ଦିଆଯାଇଥିବା ଯାତ୍ରୀ ପରିସେବା ମୁଖ୍ୟତଃ ଯାତ୍ରୀମାନଙ୍କ ପାଇଁ ବିଶେଷକରି ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଲକ୍ଷ୍ୟ ରଖାଯାଇଅଛି । ନିରୀକ୍ଷଣ କାର୍ଯ୍ୟରେ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟଙ୍କ ସହ ପୂର୍ବତଟ ରେଳପଥ ମୁଖ୍ୟାଳୟ ଏବଂ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ବରିଷ୍ଠ ଅଧିକାରୀମାନେ ସହାୟତା କରିଥିଲେ ।

Related Articles

Leave a Reply

Your email address will not be published. Required fields are marked *

Back to top button