ଆସାମ,ମହାରାଷ୍ଟ୍ର, ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ: ହକି ବିଶ୍ୱ କପ୍ ପାଇଁ ଟି ସାର୍ଟ, ରୌପ୍ୟ ସ୍ମାରକ ପ୍ରଦାନ କଲେ ତିନି ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଚଳିତ ମାସ ଆସନ୍ତା ୧୩ ତାରିଖରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲାରେ ହେବ ମ୍ୟାଚ୍ । ଏହି ବହୁ ପ୍ରତିକ୍ଷିତ ପୁରୁଷ ହକି ବିଶ୍ୱକପ୍‌-୨୦୨୩ ଉପଲକ୍ଷେ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ରାଜ୍ୟର ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟକୁ ଗସ୍ତ କରିଛନ୍ତି । ଏହି ମର୍ମରେ ଆସାମ, ମହାରାଷ୍ଟ୍ର ଓ ମିଜୋରାମର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡ଼ିଶାର ତିନି ମନ୍ତ୍ରୀ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ଗୁରୁବାର ପୂର୍ବାହ୍ନରେ ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଦିସ୍‌ପୁରରେ ସାକ୍ଷାତ କରି ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌-୨୦୨୩ରେ ଅତିଥି ଭାବରେ ଯୋଗଦେବା ପାଇଁ ସାଦର ନିମନ୍ତ୍ରଣ କରିଛନ୍ତି । ଏହି ସାକ୍ଷାତ ଅବସରରେ ମନ୍ତ୍ରୀ ଶ୍ରୀ ଅମାତ୍ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ବିଶ୍ୱଶର୍ମାଙ୍କୁ ସ୍ୱତନ୍ତ୍ର ଟି-ସାର୍ଟ, ରୌପ୍ୟ ସ୍ମାରକ ପ୍ରଦାନ କରିଛନ୍ତି । ଆସାମର ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ନିମନ୍ତ୍ରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଆନ୍ତରିକ ସାଧୁବାଦ ଜଣାଇବା ସହ ହକି ବିଶ୍ୱକପ୍ ଆୟୋଜନର ସଫଳତା କାମନା କରିଛନ୍ତି । ମହାରାଷ୍ଟ୍ର ଗସ୍ତ କରି ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ୍ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକ୍‌ନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିଶ୍‌ଙ୍କୁ ସାକ୍ଷାତ କରି ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌-୨୦୨୩ରେ ଅତିଥି ଭାବରେ ଯୋଗଦେବା ପାଇଁ ସାଦର ନିମନ୍ତ୍ରଣ କରିଛନ୍ତି । ସେହିପରି ମିଜୋରମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମିଜୋରାମ ମୁଖ୍ୟମନ୍ତ୍ରୀ ପୁ. ଜୋରାମଥାଙ୍ଗାଙ୍କୁ ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୂପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ପ୍ରାୟ ସମସ୍ତେ ଖୁସି ହେବା ସହ ହକି ବିଶ୍ୱକପ୍ ଖେଳ ଦେଖିବାକୁ ଉତ୍ସୁକ ଥିବା ଜଣାଇଛନ୍ତି ।

Related Articles

Leave a Reply

Your email address will not be published.

Back to top button