ଖୁଵଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନା SOP: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ତୃଣମୂଳ ସ୍ତରରେ ଶିଶୁ ଯତ୍ନ ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଆଜି ଉପ ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଭର୍ଚୁଆଲ୍ ମୋଡରେ 30ଟି ଜିଲ୍ଲାରେ 1,889ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ର (AWC) ଉଦଘାଟନ କରିଛନ୍ତି । ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଅଙ୍ଗନୱାଡି କେନ୍ଦ୍ର ଉଦ୍ଘାଟନ କାର୍ଯ୍ୟକ୍ରମ ହୋଇଥିଲା । ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ । ଏହି ଅବସରରେ ଉଦ୍ବୋଧନ ଦେଇ ଉପମୁଖ୍ୟମନ୍ତ୍ରୀ କହିଥିଲେ, “ସୁନ୍ଦର, ସକ୍ଷମ ଓ ସୁଦୃଢ଼ ଅଙ୍ଗନବାଡ଼ି ଗଠନ ହିଁ ଆମର ମୂଳ ଲକ୍ଷ୍ୟ ।” ଉପମୁଖ୍ୟମନ୍ତ୍ରୀ ବାଲେଶ୍ୱର, ଗଞ୍ଜାମ, କଟକ, ଅନୁଗୋଳ ଏବଂ ଦେବଗଡ଼ ଭଳି ବିଭିନ୍ନ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କରି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ।



