କଳାହାଣ୍ଡିରେ ଗଡ଼ିଲା ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ବର :  କଳାହାଣ୍ଡି ଜିଲ୍ଲାରେ ଗଡ଼ିଲା ଐତିହାସିକ ଲକ୍ଷ୍ମୀ ବସ । ଲକ୍ଷ୍ମୀ ବସ ଚଳାଚଳର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ କରିଛି ଲକ୍ଷ୍ମୀ । ଏହା ଗାଁକୁ ଗାଁ ଯୋଡିବା ସହ ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ରୂପାନ୍ତର ଆଣିବ । ଲୋକଙ୍କ ସାମାଜିକ ସମ୍ପର୍କ ଓ ଅର୍ଥନୀତି ଆହୁରି ମଜଭୁତ୍ କରି ସମସ୍ତଙ୍କୁ ବିକାଶ ସହିତ ଯୋଡିବ ଲକ୍ଷ୍ମୀ ବସ୍ ।

ଲୋକଙ୍କ ଆବଶ୍ୟକତା ଅନୁସାରେ ଲକ୍ଷ୍ମୀ ବସ ସେବା ଆରମ୍ଭ ହୋଇଛି । ଲୋକଙ୍କ ଘର ପାଖକୁ ବସ୍ ଆସିବ । ପିଲାଙ୍କ ସ୍କୁଲ ଯିବାଠୁ ଆରମ୍ଭ କରି ଚାଷୀଙ୍କ ପାଇଁ ବଜାର ଓ ରୋଗୀଙ୍କ ପାଇଁ ଡାକ୍ତରଖାନାକୁ ଗାଁ ସହିତ ଯୋଡ଼ିବ ଲକ୍ଷ୍ମୀ । ଏଥିପାଇଁ ସାରା ରାଜ୍ୟରେ ହଜାରେ ବସ ଚଳାଇବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଯାହାକି ଓଡ଼ିଶାର ବିକାଶକୁ ଆହୁରି ଉଜ୍ବଳ କରିବ । ସୁଲଭ ଦର, ସହଜ ଯାତାୟାତ ଏବଂ ଅତ୍ୟାଧୁନିକ ବସ ସେବାକୁ ନେଇ ଉତ୍ସାହିତ ଅଛନ୍ତି ଗାଁ ଲୋକେ ।

Related Articles

Leave a Reply

Your email address will not be published.

Back to top button