ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଆହୁରି ତିନିଦିନ ବର୍ଷିବ

ଭୁବନେଶ୍ବର: ଆଜି ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଗତ କାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଏ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button