୨୬ରେ ଲଘୁଚାପ!

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତ ସୃଷ୍ଟି ହେବ ।  ଲଘୁଚାପ ଓ ଅବପାତ ସମ୍ଭାବନା ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅବପାତ ପରବର୍ତ୍ତୀ ଅବସ୍ଥାରେ କି ରୂପ ନେବେ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।

ଅନ୍ୟପକ୍ଷରେ ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ । ଅଧିକାଂଶ ସ୍ଥାନରେ ହାଲୁକା ପବନ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ପୁରୀ ସମେତ ଜଗତସିଂହପୁର ଏବଂ ଗଞ୍ଜାମରେ ବି ହାଲୁକା ବର୍ଷା ହୋଇଛି । ରାଜ୍ୟକୁ ପ୍ରବେଶ କରୁଥିବା ପୂର୍ବାଳି ତରଙ୍ଗାୟିତ ପବନ ପ୍ରଭାବରେ ଏଭଳି ପାଗ ଜାରି ରହିଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ରହୁଥିବାରୁ ତାପମାତ୍ରା ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶାରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ଅଧିକ ଥିବା ବେଳେ ଆଭ୍ୟନ୍ତରୀଣ ଏବଂ ପାହାଡିଆ ଅଞ୍ଚଳରେ ସ୍ବାଭାବିକ ଠାରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ଉପରେ ଅଛି ପାରଦ । ୪ ଦିନ ପରେ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି କହିଛି  ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Related Articles

Leave a Reply

Your email address will not be published.

Back to top button