ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର : ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଭୋର ୫ଟା ୩୦ରେ ସୁଦୃଶ୍ୟ ଲଘୁଚାପର ରୂପ ନେଇଛି । ଲଘୁଚାପଟି ବର୍ତ୍ତମାନ ସେହି ଅଞ୍ଚଳରେ ରହିଥିବା ବେଳେ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ଲମ୍ବିଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ସନ୍ଧ୍ୟା ସୁଦ୍ଧା ଏକ ଅବପାତର ରୂପ ନେବ। ଏହାପରେ ଅବପାତଟି ଆହୁରି ଘନୀଭୂତ ହେଇ ୧୦ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ବାତ୍ୟା ସୃଷ୍ଟି ପରେ ପ୍ରଥମେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ ଓ ୧୧ ତାରିଖ ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରିବ। ଏହା ପରେ ଧୀରେ ଧୀରେ ଏହା ଦିଗ ପରିବର୍ତ୍ତନ କରିବ ଓ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଂଲାଦେଶ ଓ ମିଆଁମାର୍‌ ଉପକୂଳମୁହାଁ ହେବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଓଡ଼ିଶା ଉପରେ ଏହାର ଏତେଟା ପ୍ରଭାବ ପଡ଼ିନପାରେ ବୋଲି କୁହାଯାଉଛି ।

Related Articles

Leave a Reply

Your email address will not be published.

Back to top button