ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖର୍ଗେ

ଭୁବନେଶ୍ୱର: ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଆସନ୍ତା ଜାନୁୟାରୀ ୨୯ ତାରିଖ ଦିନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ କମିଟି ଗଠନ କରିଛନ୍ତି। ଉକ୍ତ କମିଟିକୁ ଏଆଇସିସି ପକ୍ଷରୁ ଓଡ଼ିଶା ପ୍ରଭାରୀ ଡ. ଅଜୟ କୁମାର ଅନୁମୋଦନ କରିଛନ୍ତି। ଅନୁମୋଦନ ପାଇଥିବା ଉକ୍ତ କମିଟିର ଅଧ୍ୟକ୍ଷ ଭାବେ ପୂର୍ବତନ ପିସିସି ସଭାପତି ଶ୍ରୀ ଜୟଦେବ ଜେନା ରହିଛନ୍ତି। ସେହିଭଳି ବିଧାୟକ ଦଳ ନେତା ନରସିଂହ ମିଶ୍ର, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିଧାୟକ ତଥା ପିସିସି କୋଷାଧ୍ୟକ୍ଷ ସନ୍ତୋଷ ସିଂ ସାଲୁଜା, ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ ଅଛନ୍ତି। ସେହିପରି ପୂବର୍ତନ ଅର୍ଥମନ୍ତ୍ରୀ ତଥା ପିସିସି ଇସ୍ତାହାର କମିଟି ଅଧ୍ୟକ୍ଷ ପଂଚାନନ କାନୁନ୍‌ଗୋ, ପୂର୍ବତନ ମନ୍ତ୍ରୀ ତଥା ପିସିସି ବରିଷ୍ଠ ଉପସଭାପତି ଗଣେଶ୍ୱର ବେହେରା, ପୂର୍ବତନ ମନ୍ତ୍ରୀ ବିଜୟଲକ୍ଷ୍ମୀ ସାହୁ, ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲ, ପିସିସି ପ୍ରଚାର କମିଟିର ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ, ପିସିସି ବରିଷ୍ଠ ଉପସଭାପତି ତଥା ବିଧାୟକ ତାରାପ୍ରସାଦ ବାହିନିପତି ଅଛନ୍ତି। ଏଥିସହିତ ଗଞ୍ଜାମ ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ରମେଶ ଚନ୍ଦ୍ର ଜେନା, ଏଆଇସିସି ସମ୍ପାଦକ ତଥା ସାଂସଦ ସପ୍ତଗିରୀ ଶଙ୍କର ଉଲ୍ଲାକା, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଭକ୍ତଚରଣ ଦାସ, ପୂର୍ବତନ କଂଗ୍ରେସ କାର୍ଯ୍ୟକାରୀ କମିଟି ସଦସ୍ୟା ତଥା ପୂର୍ବତନ ସାଂସଦ ଶ୍ରୀ ସୁଶିଳା ତିରିଆ, ପୂବର୍ତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ଏଆଇସିସି ସମ୍ପାଦକ ତଥା ପୂର୍ବତନ ସାଂସଦ ଡ.ରାମଚନ୍ଦ୍ର ଖୁଂଟିଆ ସଦସ୍ୟ ଅଛନ୍ତି। ଏଆଇସିସି ସମ୍ପାଦକ ତଥା ପୂର୍ବତନ ମନ୍ତ୍ରୀ ଶରତ ରାଉତ, ବିଧାୟକ ଅଧିରାଜ ମୋହନ ପାଣିଗ୍ରାହି, ବିଧାୟକ ସି.ଏସ୍‌.ରାଜନ୍ ଏକ୍କା, ଗଜପତି ଜିଲ୍ଲା କଂଗ୍ରେସ ସଭାପତି ତଥା ବିଧାୟକ ଦାସରଥି ଗମାଙ୍ଗ, କଟକ ନଗର କଂଗ୍ରେସ ସଭାପତି ଶ୍ରୀ ସୁରେଶ ମହାପାତ୍ର, କଟକ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ମାନସ ରଞ୍ଜନ ଚୌଧୁରୀ, ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ୍ ଦାସ, ପୁରୀ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଜୟନାରାୟଣ ପଟ୍ଟନାୟକ ପ୍ରମୁଖ ଉକ୍ତ କମିଟିରେ ରହିଛନ୍ତି । ଅନୁରୂପ ଭାବେ ଉକ୍ତ କମିଟିରେ ରାଜ୍ୟ କଂଗ୍ରେସର ସମସ୍ତ ଛାମୁଆ ସଂଗଠନ, ବିଭାଗ, ପ୍ରକୋଷ୍ଠର ସଭାପତି ଏବଂ ମୁଖ୍ୟମାନେ ସଦସ୍ୟମାନେ ସ୍ଥାନ ପାଇଛନ୍ତି ବୋଲି ପିସିସି ମୁଖପାତ୍ର ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି।

Related Articles

Leave a Reply

Your email address will not be published.

Back to top button