ଓଡ଼ିଶା ଦିବସ: ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର: ଓଡ଼ିଶା ଦିବସ ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଯେ,’ଓଡ଼ିଶା ଦିବସ ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ସମ୍ମାନ ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ଅସ୍ମିତା ଓ ସ୍ଵାଭିମାନକୁ ବଜାୟ ରଖି ଏକ ନୂଆ ଓଡ଼ିଶା, ଉଚ୍ଚାକାଂକ୍ଷୀ ଓଡ଼ିଶା ଗଠନ ଦିଗରେ ସଙ୍କଳ୍ପବଦ୍ଧ ହୋଇ ଆଗକୁ ବଢିବା’।  ପ୍ରକାଶଯେ ଆଜି ଏପ୍ରିଲ ପହିଲା ଉତ୍କଳ ଦିବସ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ବର୍ଷ ପୂର୍ତ୍ତିକୁ ଆନନ୍ଦ ଉଲ୍ଲାସର ସହ ପାଳନ କରୁଛନ୍ତି ରାଜ୍ୟବାସୀ।ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବରେଣ୍ୟଙ୍କୁ ଆଜି ମନେ ପକାଉଛି ସାରା ରାଜ୍ୟ। ଉତ୍କଳମଣି ଗୋପବନ୍ଧୁ ଦାଶ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବ, ହରେକୃଷ୍ଣ ମହତାବ, ବ୍ୟାସକବି ଫକୀରମୋହନ ସେନାପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଂଜଦେଓ, ପଣ୍ଡିତ ନୀଳକଣ୍ଠ ଦାସ, କବିବର ରାଧାନାଥ ରାୟ,ସ୍ୱଭାବ କବି ଗଂଗାଧର ମେହେର ଓ କର୍ମବୀର ଗୌରୀଶଙ୍କର ରାୟଙ୍କ ଉତ୍କଳ ଦିବସ ଗଠନରେ ଅବଦାନ ଅବିସ୍ମରଣୀୟ।

Related Articles

Leave a Reply

Your email address will not be published.

Back to top button