ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତି: ନବୀନ

ଭୁବନେଶ୍ୱର: ବିଧାନସଭାରେ ବିରୋଧୀ ଦଳଙ୍କୁ ଜନବିରୋଧୀ କହିବା ପରେ ଏବେ ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିରୋଧୀଙ୍କୁ ନିଶାନା କରିଛନ୍ତି । ଆଜି ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ।  ବିରୋଧୀ ବିକାଶ ବିରୋଧୀ ଓ ଜନବିରୋଧୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶାର ବିକାଶରେ ବିରୋଧୀ ଦଳ ଖୁସି ନାହାନ୍ତି । ଲୋକଙ୍କୁ ଭୁଲ ଖବର ଦେବା, ଭ୍ରମିତ କରିବା ସେମାନଙ୍କ କାମ ହୋଇଛି । ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି । ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି । ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନବିରୋଧୀ । ଜଗନ୍ନାଥ ଓ ଲିଙ୍ଗରାଜ ମନ୍ଦିର କାର୍ଯ୍ୟରେ ବି ବାଧା ଦେବାକୁ ସେମାନେ ଚେଷ୍ଟା କରିଥିଲେ । ଲୋକେ ସେମାନଙ୍କୁ କ୍ଷମା ଦେବେନି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗାନ୍ଧିଜୀ ଆମକୁ ସବୁବେଳେ ପ୍ରେରଣା ଦେଇ ଆସିଛନ୍ତି। ବିଜୁ ଜନତା ଦଳ ଗରିବ, ମହିଳା, ଯୁବ, ଏସସି ଓ ଏସଟିଙ୍କ ପାଇଁ କାମ କରୁଛି। ମହିଳା ସଶକ୍ତିକରଣ ଦିଗରେ କାମ କରୁଛୁ । ମହିଳା ଆଇନ ଆମ ବହୁଦିନର ଉଦ୍ୟମ ଥିଲା, ତାହା ସଫଳ ହୋଇଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ୱାସ୍ଥ୍ୟ କ୍ଷେତ୍ରରେ ଗେମ ଚେଞ୍ଜର ହୋଇଛି। ସ୍କୁଲ ରୁପାନ୍ତରଣ, ଖାଦ୍ୟ ସୁରକ୍ଷା, କ୍ରୀଡ଼ାର ବିକାଶ କ୍ଷେତ୍ରରେ ଓଡ଼ିଶା ଉଦାହରଣ ସାଜିଛି।

Related Articles

Leave a Reply

Your email address will not be published.

Back to top button