ଓଲଟିଲା ତୀର୍ଥଯାତ୍ରୀ ବସ୍: ୨୫ ଆହତ

ଭୁବନେଶ୍ବର: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ୧୬ ନମ୍ବର ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଥାନା ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ଏହି ତୀର୍ଥଯାତ୍ରୀ ବସଟି ଓଲଟିଛି। ବସଟି ପଶ୍ଚିମବଙ୍ଗରୁ ପୁରୀ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଭଣ୍ଡାରିପୋଖରୀ ମେଡିକାଲକୁ ସ୍ଥାନାନ୍ତର କରାଯାଉଛି । ଉକ୍ତ ବସରେ ପ୍ରାୟ ୭୦ଜଣ ଯାତ୍ରୀ ରହିଥିବା ବେଳେ ସେମାନଙ୍କ ମଧ୍ୟରୁ ୨୫ରୁ ଅଧିକ ଜଣ ଆହତ ହୋଇଛନ୍ତି।  ୬ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।

Related Articles

Leave a Reply

Your email address will not be published.

Back to top button