ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ହାଇକୋର୍ଟଙ୍କ ସର୍ତ୍ତମୂଳକ ଜାମିନ

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଆଶ୍ୱସ୍ତି। ଆଜି ହାଇକୋର୍ଟ ତାଙ୍କର ଜାମିନ ଆବେଦନ ମଞ୍ଜୁର କରିଛନ୍ତି। ଜାମିନ ପ୍ରଦାନ ବେଳେ ନିମ୍ନ ଅଦାଲତ ଆବଶ୍ୟକ ସର୍ତ୍ତ ଧାର୍ଯ୍ୟ କରିବେ ବୋଲି ହାଇକୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଅଭିଯୁକ୍ତ ଅଛନ୍ତି। ପୋଲିସ ତାଙ୍କୁ ଏହି ହତ୍ୟାକାଣ୍ଡର ମୁଖ୍ୟ ଷଡ଼ଯନ୍ତ୍ରକାରୀ ଭାବେ ଦର୍ଶାଇ ୨୦୨୫ ଅକ୍ଟୋବର ୨୨ରେ ଗିରଫ କରିଥିଲା।



