୫ ଦିନିଆ ରିମାଣ୍ଡରେ ପ୍ରଶାନ୍ତ ରାଉତ

ଭୁବନେଶ୍ୱର: ରିମାଣ୍ଡରେ ଗଲେ ପ୍ରଶାନ୍ତ ରାଉତ । ୫ ଦିନିଆ ରିମାଣ୍ଡରେ ନେଲା ଭିଜିଲାନ୍ସ । ରିମାଣ୍ଡରେ ନେବାକୁ କୋର୍ଟ ଅନୁମତି ଦେଇଛନ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ଖୋଳତାଡ କରିବ ଭିଜିଲାନ୍ସ । ପୂର୍ବରୁ ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଦୁଇ ଦିନ ତଳେ ଗିରଫ କରାଯାଇଥିଲା । ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିଲା । ତାଙ୍କ ଘରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରାଯାଇଥିଲା । ପ୍ରଶାନ୍ତ କୁମାର ରାଉତଙ୍କର ୫ କୋଟିରୁ ଅଧିକ ପରିମାଣର ହିସାବ ବହିର୍ଭୂତ ସଂପତ୍ତି ଅଛି । ନିଜ ଆୟଠାରୁ ପ୍ରଶାନ୍ତଙ୍କ ୫୦୦ ପ୍ରତିଶତ ଅଧିକ ସଂପତ୍ତି ଠାବ ହୋଇଛି। ଏନେଇ ଭିଜିଲାନ୍ସ ଏସ ପି ଏମ ରାଧାକ୍ରିଷ୍ଣନ୍ ସୂଚନା ଦେଇଥିଲେ । ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା । ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ । ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ । ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ । କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ ।ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ୟ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା । ନଗଦ ଟଙ୍କା ମିଳୁଥିବାରୁ ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ତାଜୁବ୍ ହୋଇଯାଇଥିଲେ।

Related Articles

Leave a Reply

Your email address will not be published.

Back to top button