ମୋଦୀଙ୍କୁ ରଥଯାତ୍ରା ନିମନ୍ତ୍ରଣ

ଭୁବନେଶ୍ୱର: ପୁରୀ ରଥଯାତ୍ରାକୁ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାଲି ପ୍ରଧାନମନ୍ତ୍ରୀଙ୍କୁ ନୁହେଁ, ବରଂ ସମସ୍ତ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀମାନଙ୍କୁ ବି ନିମନ୍ତ୍ରଣ କରାଯାଇଛି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେହିପରି ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି। ଏହି ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏନ୍‌ଡିଏ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ କଯୋଗଦେଇ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଇଥିବା କଥା କହିଛନ୍ତି ପ୍ରଭାତୀ ପରିଡ଼ା। ଜୁନ୍ ୪ରୁ ୧୪ ତାରିଖ ଯାଏ ରାଜ୍ୟ ସରକାର ବର୍ଷ ପୂର୍ତ୍ତି ପାଳନ କରିବେ।

Related Articles

Leave a Reply

Your email address will not be published. Required fields are marked *

Back to top button