ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ୟ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଗୁରୁବାର ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ୟ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡ଼ା ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ କଟକ ଜିଲା ୮ଟି ନିର୍ବାଚନମଣ୍ଡଳୀକୁ ୧୮୬ କୋଟି ୫୦ ଲକ୍ଷ ଟଙ୍କା ମିଳିଛି । ଏହି ନିର୍ବାଚନମଣ୍ଡଳୀଗୁଡ଼ିକ ହେଲା ବଡ଼ମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ଼, ନିଆଳି, କଟକସଦର, ସାଲେପୁର ଓ ମାହାଙ୍ଗା। ଏହିସବୁ ନିର୍ବାଚନମଣ୍ଡଳୀର ୩୭୩ଟି ପଞ୍ଚାୟତରେ ୫୩୫୧ଟି ପ୍ରକଳ୍ପ ହେବ। ସେହିପରି କେନ୍ଦ୍ରାପଡ଼ା ଜିଲାର ୫ଟି ନିର୍ବାଚନମଣ୍ଡଳୀ ପାଇଁ ୧୨୪ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଏହିସବୁ ନିର୍ବାଚନମଣ୍ଡଳୀଗୁଡିକ ହେଲା ମହାକାଳପଡ଼ା, କେନ୍ଦ୍ରାପଡ଼ା, ପାଟକୁରା, ରାଜନଗର ଓ ଆଳି। ଏଥିରେ ୨୪୯ଟି ପଞ୍ଚାୟତରେ ୩୩୫୩ଟି ପ୍ରକଳ୍ପ କରାଯିବ।

Related Articles

Leave a Reply

Your email address will not be published.

Back to top button