ସମୀର ଓ ଅରୁନ୍ଧତୀଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର: ଶେଷରେ ନିମାପଡା ବିଧାୟକ ସମୀର ରଞ୍ଜନ ଦାସଙ୍କ ମାନଭଂଜନ ପାଇଁ ବିଜେଡି ତାଙ୍କୁ ଏକ ପଦବୀରେ ନିଯୁକ୍ତି ଦେଇଛି। ଅପର ପକ୍ଷରେ ଦେଓଗଡ଼ର ଅରୁନ୍ଧତୀ କୁମାରୀ ଦେବୀଙ୍କୁ ମଧ୍ୟ ଦଳ ନୂଆ ଦାୟିତ୍ବ ପ୍ରଦାନ କରିଛି। ଦଳ ସମୀରଙ୍କୁ ଢେଙ୍କାନାଳ ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଥିବାବେଳେ ଅରୁନ୍ଧତୀଙ୍କୁ ରାଜ୍ୟ ସାଧାରଣ ସମ୍ପାଦିକା ଭାବେ ଘୋଷଣା କରିଛି। ନିମାପଡାରେ ସମୀରଙ୍କୁ ଦଳ ଟିକେଟ ନ ଦେଇ ବିଜେପି ଛାଡି ଆସିଥିବା ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ସମୀର ନିମାପଡାରେ ପ୍ରତିବାଦ କରିଥିଲେ। ତାଙ୍କ ସମର୍ଥକମାନେ ବିଜେଡିରୁ ଇସ୍ତଫା ପ୍ରଦାନ ମଧ୍ୟ କରିଛନ୍ତି। ହେଲେ ସେ ନିଜେ ଏ ପର୍ଯ୍ୟନ୍ତ ଦଳରୁ ଇସ୍ତଫା ଦେଇ ନାହାଁନ୍ତି। ବିଜେଡି ସମୀର ରଂଜନ ଦାସଙ୍କୁ ଢେଙ୍କାନାଳ ଲୋକସଭା ଆସନ ପାଇଁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛି। ଏ ନେଇ ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଦସ୍ତଖତରେ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହିତ ଦେଓଗଡର ରାଣୀ ଅରୁନ୍ଧତୀ ଦେବୀଙ୍କୁ ମଧ୍ୟ ବିଜେଡି ରାଜ୍ୟ ସାଧାରଣ ସଂପାଦକ ଭାବେ ନିଯୁକ୍ତି ଦିଆଯାଇଛି।

Related Articles

Leave a Reply

Your email address will not be published.

Back to top button