ଆସନ୍ତାକାଲି ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର

ଭୁବନେଶ୍ବର: ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି (ମଙ୍ଗଳବାର) ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏସବୁ ଅଳଙ୍କାର ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ସ୍ଥାନାନ୍ତର କରାଯିବ। ଏଥିପାଇଁ ଆସନ୍ତାକାଲି ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ। ତେବେ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ। ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ। ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ବିନମ୍ର ନିବେଦନ କରାଯାଉଛି।

Related Articles

Leave a Reply

Your email address will not be published. Required fields are marked *

Back to top button