୨୦ରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ପାଇଁ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ବଜେଟ୍ ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବୈଠକରେ ଆଲୋଚନା କରାଯିବ । ଦୁଇଟି ପର୍ୟ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ ଗୃହର କାର୍ୟ୍ୟସୂଚୀ ସ୍ଥିର କରାଯିବ । ୨୦ ତାରିଖ ଦିନ ସାଢ଼େ ୧୧ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବସିବ ଏହି ବୈଠକ ।ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ୟ୍ୟାୟ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ ୧ ତାରିଖ ପର୍ୟ୍ୟନ୍ତ ଓ ଦ୍ୱିତୀୟ ପର୍ୟ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ୟ୍ୟ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ ।

Related Articles

Leave a Reply

Your email address will not be published.

Back to top button