ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ” ବିଧାନ ସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ସୂଚନା ଯୋଗ୍ୟ ଯେ ୧୯୪୮ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନା ଠାରୁ ଆରମ୍ଭ କରି ୧୯୫୪ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ ୨୦୧୮ ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ଯ ଏହି ପୁସ୍ତକ ରେ ସ୍ଥାନିତ ହୋଇଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷା ର ଉନ୍ନତି ପାଇଁ ଆମେ ପ୍ରତିଶୃତିବଦ୍ଧ। ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ର ପ୍ରୟୋଗ ରେ ଏ କ୍ଷେତ୍ର ରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତର ରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି। ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ରେ ବାନ୍ଧି ହୋଇ ଓଡ଼ିଶା ର ବିକାଶ ରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି। ପୁସ୍ତକଟି ଭାଷା ଆନ୍ଦୋଳନ ର ଆବାହକ ପବିତ୍ର ମହରଥା ଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।

Related Articles

Leave a Reply

Your email address will not be published.

Back to top button