ମନ୍ତ୍ରପାଠ ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର

ଭୁବନେଶ୍ବର: ଆସନ୍ତାକାଲି ବୁଧବାରରେ ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରାଯିବ। ଏ ନେଇ ପୁରୀ ସହର ଚଳଚଞ୍ଚଳ ହୋଇ ଉଠିଛି। ହୋମଯଜ୍ଞଠାରୁ ଆରମ୍ଭ କରି ମନ୍ତ୍ରପାଠ, ସଂକୀର୍ତ୍ତନ ଏବଂ ହରିବୋଲ ହୁଳହୁଲିରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ।

ବର୍ତ୍ତମାନ ପରିକ୍ରମା ମାର୍ଗରେ ଚାଲିଛି ନାମ ସଂକୀର୍ତ୍ତନ। ଏଥିସହିତ ସାହିଜାତ ସଂକୀର୍ତ୍ତନ ସାଙ୍ଗକୁ ମନ୍ଦିର ଚାରିପାଖେ ବେଦ ଓ ମନ୍ତ୍ର ପାଠର ଧ୍ବନି ଦିବ୍ୟ ଅନୁଭବ ପ୍ରଦାନ କରୁଛି । ଆଜି ସୂର୍ଯ୍ୟପୂଜା, ଧରିତ୍ରୀ ପୂଜା, ଗୋପୂଜା, ଶାଳ ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ହବନ, ଆରତି, ପୁଷ୍ପାଞ୍ଜଳି ପ୍ରଦକ୍ଷିଣ କାର୍ଯ୍ୟ ହୋଇଛି। ଆସନ୍ତାକାଲି ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ପଞ୍ଚକର୍ମ, ବାସ୍ତୁ ଶୋଧନ, ଅଧିବାସ, ଫଳକ ପୂଜା କରାଯିବ।

ମନ୍ଦିର ପ୍ରଶାସନ ତରଫରୁ ଆସନ୍ତାକାଲି ପାଇଁ ଯେଉଁ କାର୍ଯ୍ୟ ନିର୍ଘଣ୍ଟ ହୋଇଛି ତାହା ହେଲା

ଅପରାହ୍ନ ୧ଟା ୧୫ରୁ ୧ଟା ୩୦-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ।

ଅପରାହ୍ନ ୧ଟା ୩୦ରୁ ୨ଟା- ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ।

ଅପରାହ୍ନ ୨ଟାରୁ ୨ଟା ୩୦- ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ।

ଅପରାହ୍ନ ୨ଟା ୩୦ରୁ ୩ଟା- ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ।

ଅପରାହ୍ନ ୩ଟା ପରେ – ସର୍ବସାଧାରଣଙ୍କ ପରିକ୍ରମା ମାର୍ଗ ପ୍ରବେଶ।

ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି। ପରିକ୍ରମା ପ୍ରକଳ୍ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ପ୍ରଦକ୍ଷିଣ ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ସାଧାରଣ ଭକ୍ତଙ୍କ ପାଇଁ ରହିଛି ଚଲାପଥ ରହିଛି।

Related Articles

Leave a Reply

Your email address will not be published.

Back to top button