ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି

ଭୁବନେଶ୍ବର: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍‌ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି ଶରଧାବାଲିରେ ଲାଗିଥିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ। ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳେ ଗତକାଲି ଅଧାବାଟରେ ଅଟକି ରହିଥିବା ଜଗନ୍ନାଥଙ୍କ ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥଟଣା ହୋଇଛି। ଶ୍ରଦ୍ଧାଳୁମାନେ ମନପ୍ରାଣ ଦେଇ ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଇଛନ୍ତି। ଗତକାଲି ବଡ଼ଶଙ୍ଖରେ ଅଟକିଥିଲା ଦର୍ପଦଳନ ରଥ। ସେହିପରି ଗଳଗଣ୍ଡି ଛକରେ ନନ୍ଦିଘୋଷ ରଥ ଅଟକିଥିଲା।

Related Articles

Leave a Reply

Your email address will not be published.

Back to top button