ଅବସରପ୍ରାପ୍ତ ଅଫିସରଙ୍କ ପୁନଃ ନିଯୁକ୍ତି ନେଇ ବର୍ଷିଲେ ଜୟନାରାୟଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କୁ ନେଇ ମୁହାଁମୁହିଁ ଶାସକ-ବିରୋଧୀ । ଗୃହରେ ପ୍ରବଳ ହଟ୍ଟଗୋଳ ସହ ନାରବାଜି । ଶୂନ୍ୟକାଳରେ ସରକାରଙ୍କ ଉପରେ ପୁଣି ବର୍ଷିଲେ ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ନିଯୁକ୍ତି ପାଇଥିବା ଅବସରପ୍ରାପ୍ତ ଅଫିସରଙ୍କ ପ୍ରସଙ୍ଗ ଉଠାଇଲେ ଜୟ ନାରାୟଣ ମିଶ୍ର । ଅସିତ ତ୍ରିପାଠୀ, ବାଲକ୍ରିଷ୍ଣନ, ଉପେନ୍ଦ୍ର ତ୍ରିପାଠୀ, ପି କେ ମହାପାତ୍ର ଓ ଗୋପବନ୍ଧୁ ଦାସ । ଅବସର ପରେ ଏମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଓ ଅନ୍ୟାନ୍ୟ ସ୍ଥାନରେ ପୁନଃ ନିଯୁକ୍ତି କରାଯାଇଛି । ଏପରିକି ମନୋଜ ମିଶ୍ର ଇସ୍ତଫା ଦେଲା ପରେ ମଧ୍ୟ ତାଙ୍କୁ ବି ସରକାରରେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଅବସରପ୍ରାପ୍ତ ଅଫିସରଙ୍କ କ୍ଳବ ପାଲଟିଛି । ଏଇଟା କଣ ମୋ ସରକାର, ଏଇଟା କଣ ୫-ଟି , ଏଇଟା କଣ ଏକ ବିଚାର ଧାରା । ରାଜ୍ୟରେ ନିଯୁକ୍ତି ମିଳୁ ନଥିବା ବେଳେ ଅବସପ୍ରାପ୍ତ ଅଫିସରଙ୍କୁ ଥଇଥାନ କରାଯାଉଛି । ଗୃହରେ ଏ ନେଇ ସରକାର ଉତ୍ତର ରଖନ୍ତୁ ବୋଲି କହିଛନ୍ତି ଜୟନାରାୟଣ ।

Related Articles

Leave a Reply

Your email address will not be published.

Back to top button