ଟ୍ରାଫିକ ସ୍ଥିତି ପରଖିଲେ ୫-ଟି ସଚିବ

ଭୁବନେଶ୍ୱର : ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଛକ, ରବି ଟକିଜ ଛକ କଳ୍ପନା ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଏହି ଅବସରରେ ସେ ପ୍ରଶାସନ ଏବଂ ପୋଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ରାଜଧାନୀ ଭୁବନେଶ୍ୱର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଏହି ପରିଦର୍ଶନ ସମୟରେ ପୋଲିସ କମିଶନରଏସ ପ୍ରିୟଦର୍ଶୀ ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

Related Articles

Leave a Reply

Your email address will not be published.

Back to top button