ଦୁଇଟି ମଧ୍ୟମ ଜଳ ସେଚନ ପ୍ରକଳ୍ପ ଉଦଘାଟିତ

ଭୁବନେଶ୍ବର: ମୟୂରଭଞ୍ଜ ରାସଗୋବିନ୍ଦପୁର ବ୍ଲକ ଟିକପଦାରେ ୬୮ ୫କୋଟି ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜିଲ୍ଲାର ଦୁଇ ପ୍ରାନ୍ତରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ଅତିରିକ୍ତ ୧୭ ହଜାର ୧୨୧ ହେକ୍ଟର ଚାଷ ଜମିକୁ ଜଳସେଚନ ସୁବିଧା ହୋଇଛି । ଏହାଦ୍ୱାରା ଉଭୟ ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର ୫୫ ହଜାର ଚାଷୀ ଉପକୃତ ହେବେ ।

୧୧ ହଜାର ୬୮୮ ହେକ୍ଟର ଓ ବାଲେଶ୍ୱରର ୫ ହଜାର ୪୩୩ ହେକ୍ଟର ଜମି ଜଳସେଚିତ ହେବ । ଜିଲ୍ଲାର ୭ଟି ବ୍ଲକର ୬୪ଟି ଗାଁ ଓ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକର ୨୩ଟି ଗାଁର ଚାଷୀ ଉପକୃତ ହେବେ । ସେହିପରି କରଞ୍ଜିଆ ସବଡିଭିଜନର ହାତୀବାରିରେ ଦେଓ ଜଳସେଚନ ପ୍ରକଳ୍ପ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। କରଞ୍ଜିଆ ହାତୀବାରିରେ ୮୨୩ କୋଟି ବ୍ୟୟରେ ଦେଓନଦୀ ଉପରେ ନିର୍ମିତ ହୋଇଛି ୧ ହଜାର ୨୮୦ ମିଟର ଦୈର୍ଘ୍ୟ ବିଶିଷ୍ଟ ନଦୀବନ୍ଧ । ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮ କିଲୋମିଟରର କେନାଲ ଦ୍ୱାରା ୩ଟି ବ୍ଲକର ୯ ହଜାର ୯୦୦ ହେକ୍ଟର ଜମି ଜଳସେଚିତ ହେବ । ଏହା ଦ୍ୱାରା ଶହେଟି ଗାଁର ପ୍ରାୟ ୨ ଲକ୍ଷ ଲୋକ ଉପକୃତ ହେବେ ।

Related Articles

Leave a Reply

Your email address will not be published.

Back to top button