ବରମୁଣ୍ଡା ଆନ୍ତଃରାଜ୍ୟ ବସ୍ ଟର୍ମିନାଲ ନିର୍ମାଣ ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଇଣ୍ଟର ଷ୍ଟେଟ ବସ୍‌ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଟର୍ମିନାଲ । ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ ଚଳାଚଳ କରିଥାଏ । ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିଚ୍ଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ ବିଡିଏ ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ଆଇଏସବିଟି ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ ।

ଆସନ୍ତା ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସବିଟି କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ । ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଆଇଏସବିଟି କାମର ଅଗ୍ରଗତି ସନ୍ତୋଷ ଜନକ ରହିଁଛି । ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟରେ ୧୧ .୪୮ ଏକର ଜମି ଉପରେ ନିର୍ମିତ ଆଇଏସବିଟି ବରମୁଣ୍ଡାରେ ପାର୍କିଙ୍ଗ ଏଟିଏମ, ଫୁଡ କୋଟ, ସପ, ରେଷ୍ଟୁରାଣ୍ଟ, କମରସିଆଲ ସ୍ପେସ  ପରି ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି । ସେଠାରୁ ଶହେରୁ ଅଧିକ ଵସ ଚଳାଚଳର ବ୍ୟବସ୍ଥା କରାଯାଇଛି।

Related Articles

Leave a Reply

Your email address will not be published.

Back to top button