ଭାଉଜର ଗଳାକାଟିଲା ଦିଅର

କଟକ:  ଚାଉଳିଆଗଞ୍ଜ ଥାନା ଅନ୍ତର୍ଗତ ଶିଖରପୁର ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଏଠାରେ ଭାଉଜର ଗଳା କାଟିଛି ଦିଅର। ଚାଉଳିଆଗଞ୍ଜ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିଲେ ବି ପାରିବାରିକ ଜମିଜମା ବିବାଦ ହିଁ ମୁଖ୍ୟ କାରଣ ବୋଲି କୁହାଯାଉଛି। ସାଇଣ୍ଟିଫିକ୍ ଟିମ ଘଟଣାସ୍ଥଳରେ ପହଞ୍ଚିବା ପରେ ମୃତ ଶରୀରକୁ ବ୍ୟବଛେଦ ପାଇଁ ପଠାଯିବ। ଅଭିଯୁକ୍ତକୁ ଥାନାରେ ଅଟକ ରଖାଯାଇଛି।

Related Articles

Leave a Reply

Your email address will not be published.

Back to top button