କେନ୍ଦୁଝରରେ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ। ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ଆଜି କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ୱ ୭୧ଟି ପ୍ରକଳ୍ପର ଶୁଭଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ସୂଚନାଯୋଗ୍ୟଯେ, ଆଜି ସମୁଦାୟ୧୭୦୮ କୋଟି ଟଙ୍କା ମୂଲ୍ୟର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ କରାଗଲା ଏବଂ ପ୍ରାୟ ୧୯୪ କୋଟି ଟଙ୍କାର ପ୍ରକଳ୍ପର ଲୋକାର୍ପଣ କରାଗଲା । ଏଥିରେ କେନ୍ଦୁଝରର ସ୍କୁଲ, ହଷ୍ଟେଲ, ଇରିଗେସନ, ପାର୍କିଂ ଜୋନ, ରାସ୍ତା ନିର୍ମାଣ, ପୋଖରୀ ଉନ୍ନତିକରଣ, ପର୍ଯ୍ୟଟନ ପ୍ରକଳ୍ପ, ଲାଇବ୍ରେରୀ, କ୍ୟାରିଅର କାଉନ୍ସେଲିଂ ସେଣ୍ଟର, ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଅଙ୍ଗନବାଡ଼ି ବିଲ୍ଡିଂ ଇତ୍ୟାଦି ରହିଛି । ପୂର୍ବରୁ ଘୋଷଣା ଅନୁଯାୟୀ କେନ୍ଦୁଝରରେ Regional Plant Resource Centre ପାଇଁ ୫୦ କୋଟି ଟଙ୍କା ବିନିଯୋଗରେ ଶିଳାନ୍ୟାସ କରାଗଲା ଏବଂ ୩୮ କୋଟି ୨୨ ଲକ୍ଷ ଟଙ୍କାରେ ୧୪୭ଟି ମଡେଲ ଅଙ୍ଗନବାଡ଼ି କେନ୍ଦ୍ର ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା । ୧୦୧ କୋଟି ଟଙ୍କା ବିନିଯୋଗରେ ୬ଟି ବ୍ଲକ୍ରେ ବ୍ଲକ୍ସ୍ତରୀୟ ଷ୍ଟାଡିୟମ ପ୍ରତିଷ୍ଠା ପାଇଁ ମଧ୍ୟ ଶିଳାନ୍ୟାସ କରାଗଲା ।କେନ୍ଦୁଝରର ବିଭିନ୍ନ ସ୍ଥାନରେ ୨୧.୫୦ କୋଟି ଟଙ୍କା ବିନିଯୋଗରେ ୧୦୪ଟି ACR, ICT Lab ଓ Boundary Wall ର ଉଦ୍ଘାଟନ କରାଯାଇଛି । ଏଥିସହିତ ୧୪ କୋଟି ଟଙ୍କା ବିନିଯୋଗରେ ଚମ୍ପୁଆରେ ନିକଲସନ୍ ଫରେଷ୍ଟ ଟ୍ରେନିଂ ସ୍କୁଲ ମଧ୍ୟ ପ୍ରତିଷ୍ଠା କରାଯାଇଛି । ସେହିପରି ୯.୬୦ କୋଟି ଟଙ୍କାରେ ଖଣି କ୍ଷେତ୍ରରେ ସ୍ଥାନୀୟ ଯୁବକମାନଙ୍କୁ ସ୍କିଲ୍ ଟ୍ରେନିଂ ଦେବା ପାଇଁ DMF ଖଣି ଶକ୍ତିର ଉଦ୍ଘାଟନ କରାଯାଇଛି । ଯେବେଠୁ ମାଆ ତାରିଣୀଙ୍କ ପ୍ରକଳ୍ପର ଶିଳାନ୍ୟାସ ହୋଇଛି, ସେବେଠାରୁ କେନ୍ଦୁଝରର ବିକାଶର ଡବଲ ଇଂଜିନ ଗାଡିରେ ରକେଟ୍ ଇଞ୍ଜିନ ଲାଗିଛି ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ। କେଉଁଝର କେବଳ ଏକ ଜିଲ୍ଲା ନୁହେଁ – ଏହା ଉତ୍କୃଷ୍ଟ ପ୍ରାକୃତିକ ସମ୍ପଦର ଭୂମି। ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଏବଂ କର୍ମଠ ଲୋକଙ୍କ ଭୂମି। ଏହି ମାଟି ଓଡ଼ିଶାର ଆର୍ଥିକ ଶକ୍ତିରେ ଅପାର ଅବଦାନ ରଖିଛି। ଖଣିଜ ପଦାର୍ଥ ଠାରୁ ଆରମ୍ଭ କରି ଜଙ୍ଗଲ, କୃଷି ଠାରୁ ମାନବ ସମ୍ବଳ ପର୍ଯ୍ୟନ୍ତ, କେନ୍ଦୁଝର ସର୍ବଦା ରାଜ୍ୟର ଅଭିବୃଦ୍ଧିକୁ ଶକ୍ତି ପ୍ରଦାନ କରିଆସିଛି। କେନ୍ଦୁଝର ଏକ ଇସ୍ପାତ ନଗରୀ ଭାବେ ଓଡ଼ିଶାର ଅର୍ଥନୀତିରେ ଆହୁରି ଅବଦାନ ରଖିବ । କେନ୍ଦୁଝରକୁ ପ୍ରାୟ ଅଧିକାଂଶ ରାସ୍ତା ୬ ଥାକିଆ ବିଶିଷ୍ଟ କରାଯିବ ବଡ଼ବିଲରେ ଏକ ରିଙ୍ଗ ରୋଡ଼ କରାଯିବ। କେନ୍ଦୁଝର-ସେ କହିଥିଲେ, ଆସନ୍ତା ୩-୪ ବର୍ଷ ଭିତରେ କେନ୍ଦୁଝର ରାଜ୍ୟର ଏକ ଶ୍ରେଷ୍ଠ ଜିଲ୍ଲା ଭାବରେ ପ୍ରତିଷ୍ଠା ହାସଲ କରିବ। ସେହି କ୍ରମରେ କେନ୍ଦୁଝର ପାଇଁ ୧୭୦୮ କୋଟି ଟଙ୍କାର ୩୫ ଟି ପ୍ରକଳ୍ପର ଶିଳାନ୍ୟାସ ସହିତ,୧୯୪ କୋଟି ଟଙ୍କାର ୩୬ ଟି ପ୍ରକଳ୍ପ ଉଦ୍ଘାଟିତ ହେଉଛି ବୋଲି ସେ କହିଥିଲେ।



