ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର: ହାଡଭଙ୍ଗା ଶୀତରେ ଥରୁଛି ସାରା ଓଡିଶା । ଅସହ୍ୟ ଜାଡରେ ଅସ୍ତବ୍ୟସ୍ତ ଜନଜୀବନ । ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ପବନ ବହୁଥିବାରୁ ପ୍ରବଳ ଜାଡ ଅନୁଭବ ହେବା ସହ ପାରଦ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ୟ୍ୟନ୍ତ କମୁଛି। ୩ ଦିନ ପରେ ରାଜ୍ୟରେ ବାୟୁ ଚଳାଚଳରେ ଧୀରେ ଧୀରେ ପରିବର୍ତ୍ତନ ଘଟିବ। ରାତି ତାପମାତ୍ରା ୩ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ହେବ। ତେବେ ମାସ ଶେଷକୁ ବର୍ଷା ସମ୍ଭାବନା ରହିଛି। ଜାନୁଆରୀ ୩୧ ତାରିଖରୁ ତିନି ଦିନ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ। ଏନେଇ ଆକଳନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।