ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ଟ୍ୱିନ୍ ସମେତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହି ଅବପାତଟି ଆସନ୍ତା ୧୨ ଘଣ୍ଟା ଭିତରେ ଦୁର୍ବଳ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  ଲଘୁଚାପ ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଖୋର୍ଦ୍ଧାରେ ସର୍ବାଧିକ ୭୫ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ଜଗତସିଂହପୁର ୬୧.୨, ପାରାଦୀପ ୬୧.୧, ଗୋପାଳପୁର ୫୮.୬ ମିମି ପାରଳାଖେମୁଣ୍ଡି ୫୩ ମିଲିମିଟର ବର୍ଷା ହୋଇଛି। ସେହିଭଳି ଛତ୍ରପୁରରେ ୫୧.୮, ଭୁବନେଶ୍ୱର ୫୧.୬, ନୟାଗଡ଼ ୪୯, ପୁରୀ ୪୦.୫ , ରାୟଗଡ଼ାରେ ୩୫.୬, କଟକ ୩୩.୪ ଏବଂ ଦାରିଙ୍ଗିବାଡ଼ି ୩୦ ମିମି ବର୍ଷା ରେକର୍ଡ କରାଯାଇଛି।

Related Articles

Leave a Reply

Your email address will not be published. Required fields are marked *

Back to top button