ଓଡ଼ିଶାର ୪ ଜଣଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ:ଗଣତନ୍ତ୍ର ଦିବସ ପୂର୍ବରୁ, ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ଗୋଟିଏ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି । ଚଳିତ ବର୍ଷ ପଦ୍ମ ପୁରସ୍କାର ପାଇଁ ୧୩୧ ଜଣ ନାମ ଘୋଷଣା କରାଯାଇଛି । ସମାଜ ପ୍ରତି ଉଲ୍ଲେଖନୀୟ ଅବଦାନ ରଖିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଏ । ବିଭିନ୍ନ କ୍ଷେତ୍ରରେ ତିନୋଟି (ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀ) ବର୍ଗରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଏ ।  ୨୦୨୬ ମସିହା ପାଇଁ ପଦ୍ମ ପୁରସ୍କାର ଘୋଷଣା। ୫ ଜଣଙ୍କୁ ପଦ୍ମ ବିଭୂଷଣ, ୧୩ ଜଣଙ୍କୁ ପଦ୍ମ ଭୂଷଣ ଓ ୧୧୩ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନ । ଓଡ଼ିଶାର ୪ ଜଣଙ୍କୁ ୨୦୨୬ ମସିହା ପାଇଁ ପଦ୍ମ ପୁରସ୍କାର ମିଳିବ। ଚରଣ ହେମ୍ୱ୍ରମଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାର ମିଳିବ । ମହେନ୍ଦ୍ର କୁମାର ମିଶ୍ରଙ୍କୁ ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ପଦ୍ମଶ୍ରୀ ପୁରସ୍କାର ମିଳିବ । ଶରତ କୁମାର ପାତ୍ରଙ୍କୁ କଳା କ୍ଷେତ୍ରରେ ପଦ୍ମଶ୍ରୀ ସମ୍ମାନ ମିଳିବ । ସୀମାଞ୍ଚଳ ପାତ୍ରଙ୍କୁ କଳା କ୍ଷେତ୍ରରେ ପଦ୍ମଶ୍ରୀ ସମ୍ମାନ ମିଳିବ ।

Related Articles

Leave a Reply

Your email address will not be published. Required fields are marked *

Back to top button