୭ରୁ ବର୍ଷା: ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ତାତି ଅସହ୍ୟ ହୋଇଛି। ତେବେ ଏହି ତାତିରେ ଏବେ ବ୍ରେକ୍‌ ଲାଗିଛି। ଗରମର ପ୍ରଭାବ ସାମାନ୍ୟ ହ୍ରାସ ହେବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଛି। ମଙ୍ଗଳବାର ସକାଳେ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା ଦିଆଯାଇଛି।

Related Articles

Leave a Reply

Your email address will not be published.

Back to top button